ଓଡ଼ିଶା ଆଦର୍ଶ ବିଦ୍ୟାଳୟ (OAV)ରେ ୨୦୨୭-୨୮ ଶିକ୍ଷାବର୍ଷ ପାଇଁ ନାମଲେଖା ଆଶାୟୀ ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକଙ୍କ ପାଇଁ ଆସିଛି ଏକ ଆଶ୍ୱସ୍ତିକର ଖବର। ଅନଲାଇନ୍ ଆବେଦନର ଶେଷ ତାରିଖକୁ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ବୃଦ୍ଧି କରାଯାଇ ନଭେମ୍ବର ୨୯ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଛି।
ପୂର୍ବରୁ ଆବେଦନ କରିବାର ଶେଷ ତାରିଖ ନଭେମ୍ବର ୨୫ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଥିଲା। ତେବେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଅଭିଭାବକମାନଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି ବୋର୍ଡ ପକ୍ଷରୁ ଏହି ଅବଧିକୁ ନଭେମ୍ବର ୨୯ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।





