ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ଦୁଇ ଦିନ ପାଇଁ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି। ଜିଲ୍ଲାପାଳ ଏହି ନିଷ୍ପତ୍ତି ନେବା ସହ ଆଜି ଓ ଆସନ୍ତାକାଲି ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଏଥିସହ ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ଦ୍ଧାରିତ ସମୟରେ ଅଫିସ୍ରେ ଉପସ୍ଥିତ ରହିବାକୁ କୁହାଯାଇଛି। ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ପ୍ରଭାବିତ ଅଞ୍ଚଳରେ ସ୍ଥିତି ସ୍ୱାଭାବିକ କରିବା ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ନେଇଛି।
ପୁନରୁଦ୍ଧାର କାର୍ଯ୍ୟରେ କୌଣସି ପ୍ରକାର ବିଳମ୍ବ ନହେବା ସହ ଜନସାଧାରଣଙ୍କୁ ଆବଶ୍ୟକ ସରକାରୀ ସେବା ଯୋଗାଇଦେବା ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛି।




